ରିପୋର୍ଟ କାର୍ଡ / ଭୁବନେଶ୍ୱର
ଗତକାଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଥିବା ବେଳେ, ଆଜି ବିଜୁ ଜନତା ଦଳ ଏହି ବଜେଟ ଅନ୍ତସାର ଶୂନ୍ୟ ଓ କେବଳ ପ୍ରଚାରଧର୍ମୀ ବଜେଟ ବୋଲି ଅଭିହିତ କରିଛି । ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ବିରୋଧୀ ଦଳର ଉପନେତା ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ ଓ ବିଧାୟକ ଶ୍ରୀ ଗୌତମ ବୁଦ୍ଧ ଦାସ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ । ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟ କହିଥିଲେ, ରାଜ୍ୟ ସରକାର ବଜେଟର ପରିମାଣ ୩ ଲକ୍ଷ ୧୦ ହଜାର କୋଟିକୁ ବୃଦ୍ଧି କରି ବାହାଦୁରି ନେବାକୁ ଯେଉଁ ପ୍ରୟାସ କରୁଛନ୍ତି, ତାହା ଗ୍ରହଣୀୟ ନୁହେଁ । ପୂର୍ବ ବର୍ଷ ତୁଳନାରେ ମାତ୍ର ୬.୨୫% ବୃଦ୍ଧି ହୋଇଥିବା ବେଳେ ମୁଦ୍ରାସ୍ପୀତିକୁ ୮% ହାରରେ ବିଚାରକୁ ନେଲେ, ବଜେଟ ପରିମାଣ ବୃଦ୍ଧି ହୋଇନାହିଁ ବରଂ ଦୁଇ ପ୍ରତିଶତ ହ୍ରାସ ପାଇଛି | ସରକାରଙ୍କ ଆୟ କମୁଛି, ତେଣୁ ଋଣ ଭାରରେ ଓଡିଶାକୁ ବୁଡାଉଛନ୍ତି । ନବୀନ ବାବୁ ରାଜ୍ୟର ଦାୟିତ୍ୱ ନେବା ପରେ ରାଜ୍ୟର ବିପର୍ଯ୍ୟସ୍ତ ଆର୍ଥିକ ସ୍ଥିତିକୁ ସୁଧାର କରି ଓଡିଶାକୁ ଏକ ଆର୍ଥିକ ଶୃଙ୍ଖଳା ରାଜ୍ୟରେ ପରିଣତ କରିଥିଲେ । ବର୍ତ୍ତମାନର ସରକାର କେବଳ ଋଣ କରି ରାଜ୍ୟର ଆର୍ଥିକ ସ୍ଥିତିକୁ ଆଉଥରେ ବିପଦ ଆଡ଼କୁ ଠେଲି ଦେଉଛନ୍ତି । ମାତ୍ର ୩ଟି ବଜେଟରେ ବର୍ତ୍ତମାନର ସରକାର ପ୍ରାୟ ୧.୩୮ ଲକ୍ଷ କୋଟି ଋଣ କଲେଣି । ସରକାର ଋଣ ଉପରେ ନିର୍ଭର କରି ରାଜ୍ୟବାସୀଙ୍କୁ ସୁନେଲି ସ୍ୱପ୍ନ ଦେଖାଉଛନ୍ତି ।






More Stories
ନବ ଦାସ ହତ୍ୟା ଘଟଣା:ପିଏସ୍ଓଙ୍କ ସାକ୍ଷ୍ୟ ଗ୍ରହଣ…..
ଏପ୍ରିଲ ୧ରୁ ରାଜ୍ୟରେ ଏସଆଇଆର…..
କାଗଜ ଖୋଳରେ ମିଳିବ ମଦ…..