Report Card Odisha

| Daily Odia News

ଆଜି ବିଜେଡିର ବଡ଼ ବୈଠକ….

ରିପୋର୍ଟ କାର୍ଡ / ଭୁବନେଶ୍ବର

ଅପରାହ୍ନ ୫ଟାରେ ନବୀନଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଏନେଇ ସମସ୍ତ ବିଜେଡି ବିଧାୟକଙ୍କୁ ନବୀନ ନିବାସ ଡକରା ହୋଇଛି । ରାଜ୍ୟ ସଭା ନିର୍ବାଚନକୁ ନେଇ ମାନସମନ୍ଥନ ହେବା ନେଇ ଜଣାପଡୁଛି । ରାଜ୍ୟ ସଭା ନିର୍ବାଚନ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି । ଏହାରି ଭିତରେ ଗୁରୁବାର ସଂଧ୍ୟାରେ ବିଜେଡିର ପିଏସି ବୈଠକ ବସିଥିଲା । ତେବେ ପ୍ରାର୍ଥୀ କିଏ ହେବ ସେନେଇ ବିଜେଡି ସୁପ୍ରିମୋ ନିଷ୍ପତ୍ତି ନେବେ ବୋଲି ପ୍ରମିଳା ମଲ୍ଲିକ କହିଥିଲେ । ଏହାରି ଭିତରେ ଆଜି ନବୀନଙ୍କ ଅଧ୍ୟକ୍ଷତାରେ ବୈଠକ ବସିବାକୁ ଯାଉଛି । ବୈଠକରେ ସମସ୍ତ ବିଜେଡି ବିଧାୟକଙ୍କୁ ଉପସ୍ଥିତ ରହିବାକୁ କୁହାଯାଇଛି ।

Breaking News