ରିପୋର୍ଟ କାର୍ଡ / କେନ୍ଦ୍ରାପଡା
କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ତହସିଲ ଅନ୍ତର୍ଗତ କୋରଡ଼ାଗଡ଼ ସର୍କଲ ରାଜସ୍ବ ନିରୀକ୍ଷକ ପ୍ରଦ୍ୟୁମ୍ନ କୁମାର ବେହେରା ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି। ଏକ ପଟ୍ଟାକୁ ସଂଶୋଧନ କରାଇଦେବା ପାଇଁ ଶୁକ୍ରବାର ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରିଲା କଟକ ଭିଜିଲାନ୍ସ ଟିମ୍। ଦୀର୍ଘ ସମୟ ଧରି ସମ୍ପୃକ୍ତ ରାଜସ୍ବ ନିରୀକ୍ଷକଙ୍କୁ ଭିଜିଲାନ୍ସ ଟିମ୍ ଫଲୋ କରିଥିଲା। ଅଭିଯୋଗକାରୀ ଟଙ୍କା ଦେବା ପରେ ନିରୀକ୍ଷକ ଟଙ୍କା ନେଇ ତହସିଲ ଅଫିସକୁ ଯିବାବେଳେ ଆଗକୁ ଭିଜିଲାନ୍ସ ଟିମ୍ ଧରି ପକାଇ ଅଧିକ ପଚରାଉଚରା ପାଇଁ କେନ୍ଦ୍ରାପଡ଼ା ଭିଜିଲାନ୍ସ ଅଫିସକୁ ନେଇଛି।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..