ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟ ସଭା ନିର୍ବାଚନକୁ ନେଇ କସରତ ଚାଲିଛି। ଏହି ସମୟରେ ପିସିସି ସଭାପତି ଭକ୍ତ ଚରଣ ଦାସ ଦିଲ୍ଲୀ ଯାଇଛନ୍ତି। ଦିଲ୍ଲୀ ଯିବା ପୂର୍ବରୁ ଭକ୍ତ ଦାସ ବଡ଼ ସୂଚନା ଦେଇ କହିଛନ୍ତି, ୫ଟି ନାଁକୁ ନେଇ ଆଲୋଚନା ଚାଲିଛି। ରାଜ୍ୟର ଜଣେ ପ୍ରତିଭା ସମ୍ପନ୍ନ ବ୍ୟକ୍ତିଙ୍କୁ କଂଗ୍ରେସ ପ୍ରାର୍ଥୀ କରିବ। ସ୍ବାଧୀନ ଭାବେ ବିଜେଡି-କଂଗ୍ରେସ ସମର୍ଥନ କଲେ ଓଡ଼ିଶାର ସ୍ବାର୍ଥ ରହିବ।ହାଇକମାଣ୍ଡଙ୍କ ସହ କଥା ହେବାକୁ ଦିଲ୍ଲୀ ଯାଉଛି, ପ୍ରାର୍ଥୀ ଫାଇନାଲ ହେବ। ତାଲିକାରେ ପ୍ରଫେସର ପ୍ରଭାସ ପଟ୍ଟନାୟକ, ଆଇନଜୀବୀ ପିକେ ରାଏ, ଲଳିତ ମାନସିଂହ, ଡାକ୍ତର ସୁବ୍ରତ ଆଚାର୍ଯ୍ୟ ଓ ଦତ୍ତେଶ୍ୱର ହୋତାଙ୍କ ନାଁ ରହିଛି। ଆମେ ରାଜନୀତିରେ ଘୋଡ଼ା ବେପାର ବନ୍ଦ କରିବାକୁ ଚାହୁଁଛୁ ବୋଲି ଭକ୍ତ କହିଛନ୍ତି।






More Stories
ରାଜ୍ୟରେ ଖୋଲିବ ୩ ନୂଆ ମହାବିଦ୍ୟାଳୟ…..
ଭିଜିଲାନ୍ସ ଜାଲରେ ଆର୍ଆଇ…..
ବଢ଼ିବ ତାପମାତ୍ରା…..