ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଏନେଇ ଦଳ ପକ୍ଷରୁ ବିଜେଡି ଉପସଭାପତି ପ୍ରତାପ ଜେନା ଶନିବାର ସୂଚନା ଦେଇଛନ୍ତି। ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ପ୍ରଭାତ ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ସେ କହିଥିଲେ, ଯିଏ ଦଳ ପାଇଁ କାର୍ଯ୍ୟ କରିଛନ୍ତି ତାଙ୍କୁ ପ୍ରାର୍ଥୀ କରିଥିଲେ ଭଲ ହୋଇଥାନ୍ତା। ଏହା ଏକପାଖିଆ ନିଷ୍ପତ୍ତି କହି ନିଆଁବାଣ ହୋଇଥିଲେ। ଅନ୍ୟପକ୍ଷେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଭାତଙ୍କୁ ଦଳରୁ ବହିଷ୍କୃତ କରିଛନ୍ତି।






More Stories
ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି…..
ପ୍ରମଥ ପଟ୍ଟନାୟକ କମିଶନର ଅଧ୍ୟକ୍ଷ…..
ଓଡ଼ିଶା ବନ୍ଦ ଡାକରାର ପ୍ରଭାବ…..