ରିପୋର୍ଟ କାର୍ଡ/ ନୂଆଦିଲ୍ଲୀ
ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ କରୋନା ଟିକାର ପାର୍ଶ୍ୱପ୍ରତିକ୍ରିୟା ଯୋଗୁଁ ହୋଇଥିବା ଆଘାତ କିମ୍ବା ମୃତ୍ୟୁ ପାଇଁ କ୍ଷତିପୂରଣ ନୀତି ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟ ବିଚାରପତି ବିକ୍ରମ ନାଥ ଏବଂ ବିଚାରପତି ସନ୍ଦୀପ ମେହେଟ୍ଟାଙ୍କ ଖଣ୍ଡପୀଠ କରୋନା ଟିକାର ପାର୍ଶ୍ୱପ୍ରତିକ୍ରିୟା ଯୋଗୁଁ ମୃତ୍ୟୁବରଣ କରିଥିବା ପୀଡିତଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ ପାଇଁ ଏକ ଆବେଦନର ସମାଧାନ କରିଛନ୍ତି। କୋଭିଡ୍ ୧୯ ଟିକାର ପାର୍ଶ୍ୱପ୍ରତିକ୍ରିୟା ଯୋଗୁଁ ମୃତ୍ୟୁ ହୋଇଥିବା ଅଭିଯୋଗରେ ଆବେଦନର ଶୁଣାଣି ହୋଇଥିଲା। ଆବେଦନରେ ମୃତକଙ୍କ ପାଇଁ କ୍ଷତିପୂରଣ ଦାବି କରାଯାଇଥିଲା। ଟୀକାକରଣ ପରେ ପାର୍ଶ୍ୱପ୍ରତିକ୍ରିୟା ତଦନ୍ତ ପାଇଁ ଏକ ବିଶେଷଜ୍ଞ ପ୍ୟାନେଲ ଗଠନ କରିବାକୁ ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ସୁପ୍ରିମକୋର୍ଟ ସରକାରଙ୍କୁ ଏକ କ୍ଷତିପୂରଣ ନୀତି ପ୍ରସ୍ତୁତ କରିବା ଏବଂ ସମୟ ସମୟରେ ଟୀକାକରଣର ପାର୍ଶ୍ୱପ୍ରତିକ୍ରିୟା ସମ୍ପର୍କିତ ତଥ୍ୟ ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।






More Stories
ନିଟ୍-ୟୁଜି ପରୀକ୍ଷା ସମୟ ଅବଧି ବୃଦ୍ଧି……
ଯଶପାଲ ରାଣାଙ୍କ ପରଲୋକ; ପ୍ରଧାନମନ୍ତ୍ରୀଙ୍କ ଶୋକ…..
ଖାଲି ଗୃହିଣୀ ନୁହେଁ ସେମାନେ ରାଷ୍ଟ୍ର ନିର୍ମାତା…..