Report Card Odisha

| Daily Odia News

କ୍ରସ ଭୋଟିଂ ହେବାର ସମ୍ଭାବନା ନାହିଁ…..

ରିପୋର୍ଟ କାର୍ଡ / ଭୁୁବନେଶ୍ଵର

ବିଜେଡିର କ୍ରସ ଭୋଟିଂ ହେବାର ସମ୍ଭାବନା ନାହିଁ। ଏନେଇ ସୂଚନା ଦେଇଛନ୍ତି ବିଜେଡି ବିଧାୟକ ଅଶ୍ଵିନୀ ପାତ୍ର। ୧୬ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ଵର ନ ଛାଡିବାକୁ ନିର୍ଦେଶ ରହିଛି। ମୌଖିକ ଭାବରେ ଦଳର ମୁଖ୍ୟ ସଚେତକ ଆମକୁ କହିଛନ୍ତି।ଗତକାଲି ରାଜ୍ୟସଭା ନିର୍ବାଚନ ପାଇଁ ହୁଇପ୍ ଜାରି କରିଥିଲା ବିଜେଡି। ଭୁବନେଶ୍ବର ନ ଛାଡିବାକୁ ବିଜେଡିର ହୁଇପ୍ ଜାରି । ମାର୍ଚ୍ଚ ୧୬ ଯାଏ ଭୁବନେଶ୍ବର ନ ଛାଡିବାକୁ ବିଧାୟକଙ୍କୁ ନିର୍ଦେଶ ଦିଆଯାଇଛି। ରାଜ୍ୟସଭା ନିର୍ବାଚନ ପ୍ରକ୍ରିୟାରେ ସାମିଲ ହେବାକୁ ନିର୍ଦେଶ ଦିଆଯାଇଛି। ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କ ଇସ୍ତଫା ପରଠାରୁ ବିଜେଡି ରାଜନୀତିରେ ହଲଚଲ ବଢ଼ିଯାଇଛି । ରାଜ୍ୟସଭାରେ କ୍ରସ ଭୋଟିଂ ଓ ଭୋଟ ନାକଚ ଭୟ ବିଜେଡିକୁ ରହିଛି । ଏପରିକି ବିଧାୟକ ଭୋଟ ଦେବାକୁ ନ ଆସିବା ଚିନ୍ତା ମଧ୍ୟ ଘାରିଛି। ସେଥିପାଇଁ ବିଧାୟକଙ୍କ ଉପରେ ଦଳ କଡ଼ା ନଜର ରଖିଛି । ଅନ୍ୟପକ୍ଷରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବେ ବିଧାୟକମାନଙ୍କୁ ଏକାଠି ରଖିବାକୁ କସରତ ଚଳାଇଛନ୍ତି । ନିୟମିତ ବିଧାୟକଙ୍କୁ ନବୀନ ନିବାସ ଡାକି ବୁଝାଯାଉଛି । ମଙ୍ଗଳବାର ପ୍ରାୟ ୧୦ରୁ ଅଧିକ ବିଧାୟକଙ୍କୁ ଡକାଯାଇଥିଲା । ନବୀନଙ୍କ ସହ ସେମାନେ ଆଲୋଚନା କରିଥିଲେ।

Breaking News