ରିପୋର୍ଟ କାର୍ଡ / କଟକ
ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଖାତା ଦେଖା ଆସନ୍ତା ୧୯ ତାରିଖରୁ ଆରମ୍ଭ ହେବ। ରାଜ୍ୟର ୫୧ ପରୀକ୍ଷା କେନ୍ଦ୍ରରେ ପ୍ରାୟ ୧୫ ହଜାର ଶିକ୍ଷକ ଖାତା ଦେଖିବେ। ଏଥିପାଇଁ ସବୁ ଜିଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କୁ ବୋର୍ଡ କର୍ତ୍ତୃପକ୍ଷ ଚିଠି ଲେଖିଛନ୍ତି। ଏପ୍ରିଲ ୨ ତାରିଖ ସୁଦ୍ଧା ଅର୍ଥାତ ୧୫ଦିନ ମଧ୍ୟରେ ଖାତାଦେଖା ସାରିବାକୁ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟ ପରୀକ୍ଷକ, ଉପ ମୁଖ୍ୟ ପରୀକ୍ଷକ, ସହକାରୀ ନିରୀକ୍ଷକଙ୍କ ସମେତ ନିୟୋଜିତ ଥିବା ପ୍ରତ୍ୟେକ ଅଧିକାରୀ ଓ କର୍ମଚାରୀ ବୁଧବାର ମଧ୍ୟାହ୍ନ ୧୨ଟା ୩୦ ମିନିଟ୍ ସୁଦ୍ଧା କେନ୍ଦ୍ରରେ ପହଞ୍ଚିବାକୁ ନିର୍ଦେଶ ଦିଆଯାଇଛି। ମୂଲ୍ୟାୟନ ପୂର୍ବରୁ ଅର୍ଥାତ୍ ପ୍ରତ୍ୟେକ ଦିନ ପୂର୍ବାହ୍ଣ ୧୦ଟା ସୁଦ୍ଧା କେନ୍ଦ୍ରରେ ପହଞ୍ଚିବେ। କ୍ୟାମ୍ପ ଅଧିକାରୀ ଓ କର୍ମଚାରୀ ସକାଳ ୯ଟା ୩୦ ସୁଦ୍ଧା କେନ୍ଦ୍ରରେ ପହଞ୍ଚିବାକୁ କୁହାଯାଇଛି। ସେହିଭଳି ମୂଲ୍ୟାୟନ କେନ୍ଦ୍ରରେ ମୌଳିକ ସୁବିଧା ସହ ଅଗ୍ନି ନିର୍ବାପକ ଯନ୍ତ୍ରର ବ୍ୟବସ୍ଥା କରିବାକୁ ବୋର୍ଡ ପକ୍ଷରୁ ଚିଠିରେ ଉଲ୍ଲେଖ କରାଯାଇଛି। ଚଳିତବର୍ଷ ରାଜ୍ୟର ୫ ଲକ୍ଷ ୬୨ ହଜାର ୬୧୨ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେବାକୁ ଫର୍ମପୂରଣ କରିଥିଲେ। ଏଥିପାଇଁ ବୋର୍ଡ ଦ୍ବାରା ମୋଟ ୩, ୦୮୨ ପରୀକ୍ଷା କେନ୍ଦ୍ର କରାଯାଇଥିଲା। ଗତ ଫେବୃଆରୀ ୧୯ ତାରିଖରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨ରେ ଶେଷ ହୋଇଥିଲା। ପାଖାପାଖି ୧୨ ହଜାର ଛାତ୍ରଛାତ୍ରୀ ଅନୁପସ୍ଥିତ ଥିଲେ। ମେ ମାସ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ଫଳ ପ୍ରକାଶ ପାଇ ବୋର୍ଡ ପକ୍ଷରୁ ଯୋଜନା ରହିଛି।






More Stories
କାଳବୈଶାଖୀ:୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ନିଂ……
ରଣକ୍ଷେତ୍ର ପାଲଟିଲା ବିଜେବି କଲେଜ:୨୫ରୁ ଊର୍ଦ୍ଧ୍ବ ଆହତ……
୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ…..