Report Card Odisha

| Daily Odia News

ଦିଲ୍ଲୀ ସାଧନଗରରେ ଅଗ୍ନିକାଣ୍ଡ:୩ ଜଣ ଶିଶୁଙ୍କ ସମେତ ୭ ମୃତ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଦିଲ୍ଲୀର ପାଲମ ଅଞ୍ଚଳର ସାଧ ନଗରରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ସାତ ଜଣଙ୍କର ମୃତ୍ୟୁ ହୋଇଛି। ଘଟଣାସ୍ଥଳରେ ୩୦ଟି ଦମକଳ ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ପ୍ରୟାସ ଜାରି ରଖିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳେ ତଳ ମହଲାରେ ଥିବା ଏକ କସମେଟିକ୍ସ ଦୋକାନରେ ନିଆଁ ଲାଗିବା ପରେ ନିଆଁ ଉପର ମହଲାକୁ ବ୍ୟାପି ଯାଇଥିଲା। ଏବଂ କୋଠାଟି ଧୂଆଁରେ ପୂର୍ଣ୍ଣ ହୋଇଯାଇଥିଲା। କିଛି ଲୋକ ପ୍ରାଣବିକଳରେ କୋଠାରୁ ଡେଇଁ ପଡିଥିବାବେଳେ ଅନ୍ୟ କିଛି ସାହାଯ୍ୟ ପାଇଁ ଚିତ୍କାର କରୁଥିଲେ। ଖବର ପାଇ ୩୦ଟି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ଅଗ୍ନିକାଣ୍ଡର କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ।

Breaking News