ରିପୋର୍ଟ କାର୍ଡ / ପଟ୍ଟମୁଣ୍ଡାଇ
ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ମ୍ୟୁନିସିପାଲିଟିର ୧୦ ନଂ ଓ୍ବାର୍ଡରେ |ସୂଚନାନୁସାରେ, ବୁଧବାର ବିଳମ୍ବିତ ରାତିରେ ପଟ୍ଟାମୁଣ୍ଡାଇ ମ୍ୟୁନିସିପାଲିଟିର ୧୦ ନଂ ଓ୍ବାର୍ଡରେ ଭାଗବତ ସପ୍ତାହ ଅସରରେ ୪୦୦ ଲୋକଙ୍କ ପ୍ରସାଦ ସେବନ ଲାଗି ଖାଦ୍ୟ ରନ୍ଧା ହୋଇଥିଲା l ହେଲେ ପ୍ରସାଦ ସେବନ ସମୟରେ ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଥିବା ଦେଖି ଲୋକେ ଭୟଭୀତ ହୋଇଯାଇଥିଲେ। ସେମାନେ ଚିକିତ୍ସା ପାଇଁ ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ମେଡିକାଲରେ ଯାଇଥିଲେ। ଅନ୍ୟ ପଟେ ପଟ୍ଟାମୁଣ୍ଡାଇ ଉପଖଣ୍ଡସ୍ତରୀୟ ମେଡିକାଲରେ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଲମ୍ବା ଲାଇନ ଦେଖିବାକୁ ମିଳିଛି। ଡାକ୍ତର ସେମାନଙ୍କୁ ପ୍ରାଥମିକ ଚିକିତ୍ସା କରାଇଥିବା ଜଣାପଡ଼ିଛି।






More Stories
ଡିଏଭି କଳିଙ୍ଗନଗରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ….
ରାଜଧାନୀରେ ବନ୍ଧୁକ ମୁନରେ ଦୁଷ୍କର୍ମ !….
ଏ.ସି.ଏଫ୍. ସୌମ୍ୟରଂଜନ ମୃତ୍ୟୁ ମାମଲା: ରୋଷେୟା ଗିରଫ….