Report Card Odisha

| Daily Odia News

ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଶିଶୁ ମୃତ୍ୟୁ ନେଇ କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା । କାନ୍ଦ ବୋବାଳିରେ ଫାଟୁଛି ମେଡିକାଲ ପରିସର। ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁଯାୟୀ ଖୋର୍ଦ୍ଧା ଚାନ୍ଦପୁର ଏକ ଏକ ଶିଶୁ ସାଇକେଲ ଧକ୍କାରେ ଆହତ ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲା। କିନ୍ତୁ ଭୁଲ ଇଞ୍ଜେକ୍ସନ୍ ଯୋଗୁଁ ଶିଶୁଟିର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଯାହାକୁ ନେଇ ଆଜି ପୋଷ୍ଟମର୍ଟମ ଓ୍ବାର୍ଡରେ ଉତ୍ତେଜନା ପରିସ୍ଥିତି ଦେଖିବାକୁ ମିଳିଛି। ମୃତକର ପରିବାର ଡାକ୍ତର ଓ ନର୍ସ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ବସି ରହିଛନ୍ତି । ପୁଲିସ୍‌ ଘଟଣାସ୍ଥଳରେ ଉପସ୍ଥିତ ରହି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବାକୁ ଉଦ୍ୟମ ଜାରି ରଖିଛି। ସେପଟେ କଂଗ୍ରେସ ନେତା ସୁରେଶ ରାଉତରାୟ ମୃତ ଶିଶୁର ପରିବାର ବର୍ଗଙ୍କୁ ଭେଟିଥିବାବେଳେ ଏନେଇ ହସ୍ପିଟାଲ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ । ଗତବର୍ଷ ମଧ୍ୟ ଭୁଲ ଇଞ୍ଜେକ୍ସନ ଯୋଗୁଁ ଜଣେ ୩ ବର୍ଷ ଶିଶୁର ଭୁବନେଶ୍ଵର କ୍ୟାପିଟାଲ ହସ୍ପିଟାଲରେ ମୃତ୍ୟୁ ହୋଇଥିଲା । ଚିକିତ୍ସା ଦାୟିତ୍ଵରେ ଥିବା ଡାକ୍ତର ଅବହେଳା କରିଥିବା ଅଭିଯୋଗ କରିଥିଲେ ମୃତ ଶିଶୁର ପରିବାର ଲୋକ। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଃଖ ପ୍ରକାଶ କରିବା ସହ କ୍ଷତିପୂରଣ ବାବଦରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋ‌ଷଣା କରିଥିଲେ ।

Breaking News