ରିପୋର୍ଟ କାର୍ଡ / ଭୁବନେଶ୍ୱର
ବିଧାନସଭାରେ ବିଧାୟକଙ୍କ ଦରମା ବୃଦ୍ଧି ବିଲ ପ୍ରତ୍ୟାହାର ନେଇ ପ୍ରକ୍ରିୟା।ଏନେଇ ବିଧାନସଭା ସଚିବଙ୍କ ପକ୍ଷରୁ ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖାଯାଇଛି। ସଂସଦୀୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଠାରୁ ଏନେଇ ନୋଟିସ ଆସିଥିବା ସେ ଜଣାଇଛନ୍ତି। ଏ ସମ୍ପର୍କିତ ବିଲ ପ୍ରତ୍ୟାହାର ପାଇଁ ସଂସଦୀୟ ମନ୍ତ୍ରୀ ଚାହିଁଥିବା ଅବଗତ କଲେ। ଗତ ବର୍ଷ ବିଲ ଆଗତ କରି ବାଚସ୍ପତି, ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ବିଧାୟକଙ୍କ ଦରମା ବୃଦ୍ଧି ଘୋଷଣା କରାଯାଇଥିଲା। ଯାହା ଦେଶର ଅନ୍ୟ ବିଧାୟକଙ୍କ ତୁଳନାରେ ସବୁଠୁ ଅଧିକ । ଏହାକୁ ନେଇ ବିଭିନ୍ନ ମହଲରେ ସମାଲୋଚନା ହୋଇଥିଲା। ଏହାପରେ ସବୁ ଦଳ ତରଫରୁ ବିଲକୁ ଫେରାଇ ନେବାକୁ ସରକାରଙ୍କୁ ଅନୁରୋଧ କରାଯାଇଥିଲା ।






More Stories
ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା…..
ବିଜେଡିରେ ସୁଜାତା ସାମିଲ;ବିଜେଡି ୨ ଫାଳ!….
ମାଗଣା ମିଳିବ ସ୍କୁଲ୍ ବ୍ୟାଗ୍……