ରିପୋର୍ଟ କାର୍ଡ / ଯାଜପୁର
ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି ପୋଲିସ । ମୃତ ସୋମ୍ୟସାଗରଙ୍କ ପତ୍ନୀ ଶୁଭଶ୍ରୀଙ୍କ ସମେତ ମୋଟ ୫ଜଣଙ୍କୁ ଗିରଫ କରିଛି ଯାଜପୁର ପୋଲିସ । ହତ୍ୟାକାଣ୍ଡରେ ପତ୍ନୀଙ୍କ ସମ୍ପୃକ୍ତି ଥିବା ନେଇ ପୋଲିସ ଖୁଲାସା କରିଛି । ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଯାଜପୁର ଏସ୍ପି। ଗୁଳିକାଣ୍ଡ ଘଟଣାରେ ବ୍ୟବହୃତ ବନ୍ଧୁକକୁ ଯାଜପୁର ପୋଲିସ ଜବତ କରିଛି । ଯାଜପୁର ଯଯାତି କେଶରୀ ମେଡିକାଲ କଲେଜ ପଛପଟ ବୈତରଣୀ ନଦୀପଠାରୁ ଜବତ ହେଲା ପିସ୍ତଲ । ପ୍ରକାଶଥାଉକି, ଗତ ୭ ତାରିଖରେ ଯାଜପୁର ଥାନା ଅନ୍ତର୍ଗତ କାଳୀମେଘା ନିକଟରେ ଗୁଳିମାଡ଼ରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିଲା । ସାଇଣ୍ଟିଫିକ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଆଜି ଯାଜପୁର ପୋଲିସ ମୃତ୍ୟୁ ରହସ୍ୟ ଉପରୁ ପରଦା ଉଠାଇଛି ।






More Stories
ପ୍ରବଳ ଝଡ଼ବର୍ଷା ସମ୍ଭାବନା…..
ଭଦ୍ରକର ନୂଆ ଜିଲ୍ଲାପାଳ ସୋମେଶ କୁମାର ଉପାଧ୍ୟାୟ…..
ଦୀପାବଳି ସୁଦ୍ଧା ମହାନଦୀ ଜଳ ବିବାଦର ସମାଧାନ ଲକ୍ଷ୍ୟ…..