Report Card Odisha

| Daily Odia News

ସ୍କୁଲ ଛୁଟି ଘୋଷଣା….

ରିପୋର୍ଟ କାର୍ଡ / କୋରାପୁଟ

ସାରା ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କୁ ପ୍ରଚଣ୍ଡ ଗରମରୁ ରକ୍ଷା କରିବା ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ କୋରାପୁଟ ଜିଲାରେ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍‌ ଗୁରୁବାରଠାରୁ ୨୫ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି। ଏହି ଆଦେଶନାମା ଅନୁଯାୟୀ ଶିଶୁ ବାଟିକାଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ପାଇଁ ଲାଗୁ ହେବ। ତଥାପି ଶିକ୍ଷକ ଓ ଅନ୍ୟ ସ୍କୁଲ କର୍ମଚାରୀମାନେ ପ୍ରତିଦିନ ସକାଳ ୬ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ସ୍କୁଲରେ ଉପସ୍ଥିତ ରହିବେ ବୋଲି ନିର୍ଦ୍ଦେଶ ଜାରି ହୋଇଛି। ଜିଲ୍ଲା ପ୍ରଶାସନଙ୍କ ପକ୍ଷରୁ ଏହି ପଦକ୍ଷେପ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ମୁଖ୍ୟତଃ ଧ୍ୟାନରେ ରଖି ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି। ସେହିପରି ଅନୁଗୋଳ, କେନ୍ଦ୍ରାପଡ଼ା ଏବଂ ସମ୍ବଲପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ସ୍କୁଲଗୁଡ଼ିକୁ ଅସ୍ଥାୟୀ ଭାବେ ବନ୍ଦ ଘୋଷଣା କରାଯାଇଛି। କେନ୍ଦ୍ରାପଡ଼ା ଏବଂ କୋରାପୁଟ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ (DEOs) ପକ୍ଷରୁ ୨୩ ଏପ୍ରିଲରୁ ୨୫ ଏପ୍ରିଲ ପର୍ଯ୍ୟନ୍ତ ସମ୍ପୃକ୍ତ ଜିଲ୍ଲାର ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଜାରି କରାଯାଇଛି।

Breaking News