Report Card Odisha

| Daily Odia News

ବଢ଼ିଲା ଅଧ୍ୟାପକଙ୍କ ଦରମା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ଦ୍ୱାରା ରାଜ୍ୟର ସରକାରୀ ଆୟୁର୍ବେଦିକ ଓ ହୋମିଓପାଥିକ ମେଡିକାଲ କଲେଜଗୁଡିକରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଲେକ୍ଚରର, ରିଡର ଏବଂ ପ୍ରଫେସରମାନଙ୍କ ଦରମା ପୁନଃନିର୍ଦ୍ଧାରଣ ଓ ବୃଦ୍ଧି କରାଯାଇଛି । ସରକାରଙ୍କ ନିଷ୍ପତ୍ତି ଅନୁସାରେ, ଚୁକ୍ତିଭିତ୍ତିକ ଲେକ୍ଚରରମାନଙ୍କ ଦରମା ପ୍ରତିମାସ ୭୦,୦୦୦ ଟଙ୍କା ନିର୍ଦ୍ଧାରଣ କରାଯାଇଛି । ସେହିପରି, ରିଡର ଓ ପ୍ରଫେସରମାନଙ୍କ ଦରମାରେ ମଧ୍ୟ ବୃଦ୍ଧି କରାଯାଇଛି । ରିଡରମାନଙ୍କ ଦରମା ୪୦,୦୦୦ ଟଙ୍କାରୁ ବୃଦ୍ଧି ହୋଇ ୮୦,୦୦୦ ଟଙ୍କା କରାଯାଇଥିବାବେଳେ, ପ୍ରଫେସରମାନଙ୍କ ଦରମା ୫୦,୦୦୦ ଟଙ୍କାରୁ ବୃଦ୍ଧି କରାଯାଇ ୧ ଲକ୍ଷ ଟଙ୍କା କରାଯାଇଛି।

Breaking News