ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଭାରତୀୟ ଜନତା ପାର୍ଟିର ସଂସଦୀୟ ବୋର୍ଡ ମଙ୍ଗଳବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଚୟନ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ କରିଛି। ସେହିପରି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସହ-ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ କରାଯାଇଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ମେ ୯ ତାରିଖରେ ରବିନ୍ଦ୍ରନାଥ ଟାଗୋରଙ୍କ ଜନ୍ମବାର୍ଷିକୀରେ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଭାଜପା ବିଧାୟକ ଦଳ ନେତା ଚୟନ ନେଇ ଏହି ୨ ନେତାକୁ ବଡ଼ ଦାୟିତ୍ୱ ମିଳିଛି। ଭାଜପାର ଜାତୀୟ ସାଧାରଣ ସମ୍ପାଦକ ଅରୁଣ ସିଂ ତାଙ୍କୁ ଏହି ଗୁରୁ ଦାୟିତ୍ୱ ଦେଇଛନ୍ତି ।






More Stories
୯ ରେ ଅନୁଷ୍ଠିତ ହେବ ଶପଥ ଗ୍ରହଣ ଉତ୍ସବ…..
ବିସ୍ଫୋରଣ: ୨୧ ମୃତ,୬୧ ଆହତ…..
ଆଜିଠୁ ବଙ୍ଗ ଭୟମୁକ୍ତ…..