ରିପୋର୍ଟ କାର୍ଡ / ଭୁବନେଶ୍ବର
ଶୁକ୍ରବାର ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ ମନୋନୟନ କରାଯିବ। ସେଥିପାଇଁ କେନ୍ଦ୍ରୀୟ ସହପର୍ଯ୍ୟବେକ୍ଷକ ଭାବେ ଦାୟିତ୍ବ ପାଇଥିବା ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ରାତିରେ କଲକାତା ଯାତ୍ରା କରିଛନ୍ତି। ନୂଆ ମୁଖ୍ୟମନ୍ତ୍ରୀ ମନୋନୟନ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ର ସ୍ବାରାଷ୍ଟ୍ର ବ୍ୟାପାର ମନ୍ତ୍ରୀ ଅମିତ ଶାହାଙ୍କ ସହ ଶ୍ରୀ ମାଝୀଙ୍କର ରୁଦ୍ଧଦ୍ବାର ବୈଠକ ଅନୁଷ୍ଠିତ ହେବ। ଅପରାହ୍ନରେ ବିଜେପି ବିଧାୟକ ଦଳ ବୈଠକ ବସି ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରାଯିବ। ଶନିବାର କଲକାତାରେ ପଶ୍ଚିମବଙ୍ଗ ସରକାରଙ୍କ ମନ୍ତ୍ରିମଣ୍ଡଳ ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ରମନ୍ତ୍ରୀ ଏବଂ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଶ୍ରୀ ମାଝୀ ଉପସ୍ଥିତ ରହିବେ ବୋଲି ଜଣାପଡିଛି।






More Stories
୬ ସିଭିଲ ଜଜ୍ଙ୍କ ବଦଳି…..
ଓଡ଼ିଶାରେ ଲାଗୁହେବ ପେସା ଆଇନ……
ପୋଲିସ ସାମ୍ନାରେ ଯୁବକଙ୍କୁ ପିଟିପିଟି ମାରିଦେଲେ…..