Report Card Odisha

| Daily Odia News

କମିଲା ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍‌ ଗାଡ଼ି ସଂଖ୍ୟା…..

ରିପୋର୍ଟ କାର୍ଡ / ଭୁବନେଶ୍ଵର

ମଧ୍ୟପ୍ରାଚ୍ୟରେ ଯୁଦ୍ଧ ସ୍ଥିତି ଯୋଗୁଁ ସମଗ୍ର ବିଶ୍ବ ତୈଳ ସଂଙ୍କଟ ନେଇ ଚିନ୍ତାରେ ପଡିଛନ୍ତି। ଭାରତରେ ଦିନକୁ ଦିନ ତୈଳ ସଂଙ୍କଟ ଦେଖାଦେଉଥିବାରୁ ଚିନ୍ତାରେ କେନ୍ଦ୍ର ସରକାର। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ବିଭିନ୍ନ ଖର୍ଚ୍ଚକାଟ,ବିଶେଷକରି ପେଟ୍ରୋଲ ବ୍ୟବହାର କମ୍ କରିବାକୁ ଆହ୍ୱାନ ଦେଇଛନ୍ତି।ଏହି ଆହ୍ବାନକୁ ସ୍ଵାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନକୁ ସମ୍ମାନ ଦେଇ କାରକେଡ୍‌ ଅଧା କଲେ। ନିଜ ବ୍ୟକ୍ତିଗତ ସୁରକ୍ଷା ପାଇଁ ଯାଉଥିବା ଗାଡି ଗୁଡିକୁ କମ୍ କରି ଅଧା କରିଦେଇଛନ୍ତି। ଅଧିକ ମାତ୍ରାରେ ପବ୍ଲିକ ଟ୍ରାନ୍ସପୋର୍ଟ ବ୍ୟବହାର ପାଇଁ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି।କେବଳ ଆବଶ୍ୟକ ସ୍ଥଳରେ ଗାଡି ବ୍ୟବହାର କରି ଅନାବଶ୍ୟକ ବ୍ୟବହାର ବନ୍ଦ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହା ସହିତ ସୁନା କିଣିବା ଓ ଅନାବଶ୍ୟକ ବିଦେଶଗସ୍ତ ନକରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

Breaking News