ରିପୋର୍ଟ କାର୍ଡ / ଭୁବନେଶ୍ବର
ପୁଣି ବଢିଲା ବସ୍ ଭଡ଼ା। ଅର୍ଡିନାରୀ ଓ ଏକ୍ସପ୍ରେସ ବସ୍ ଭଡ଼ା କିମି ପିଛା ୨ ପଇସା ବୃଦ୍ଧି ହୋଇଛି। ତେବେ ଅର୍ଡିନାରୀ ବସ୍ ଭଡ଼ା କିମି ପିଛା ୯୦ ପଇସାରୁ ୯୨ ପଇସାକୁ ବୃଦ୍ଧି ହୋଇଥିବାବେଳେ ଏକ୍ସପ୍ରେସ ବସ୍ ଭଡ଼ା କିମି ପିଛା ୯୪ ପଇସାରୁ ୯୬ ପଇସା ଏବଂ ଡିଲକ୍ସ ଭଡ଼ା ୧୩୧ ପଇସାରୁ ୧୩୫ ପଇସାକୁ ବୃଦ୍ଧି ହୋଇଛି। ଏସି ଡିଲକ୍ସ ଭଡ଼ା ୧୫୯ ପଇସାରୁ ୧୬୩ ପଇସା, ସୁପର ଡିଲକ୍ସ ଭଡ଼ା ୨୪୭ ପଇସାରୁ ୨୫୩ ପଇସାକୁ ବୃଦ୍ଧି ପାଇଛି। ତୈଳ ଦର ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବସ୍ ଭଡ଼ା ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି। ନିକଟରେ ମେ ମାସରେ ବସ୍ ଭଡ଼ା ବୃଦ୍ଧି ପାଇଥିଲା। ୨ ପଇସାରୁ ୬ ପଇସା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିଲା।






More Stories
ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ଆଡପ ମଣ୍ଡପ ବିଜେ…..
ଓଡିଶା ଆସିବେ ରାଷ୍ଟ୍ରପତି !…..
ଦୁର୍ବଳ ହେବ ଲଘୁଚାପ:ଏହି ଜିଲ୍ଲାକୁ ୟେଲୋ ଓ୍ବାର୍ନିଂ…..