ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀ ମାଲବ୍ୟ ନଗରରେ ଘଟିଥିବା ରେସ୍ତୋରାଁ ଅଗ୍ନିକାଣ୍ଡ ଅଘଟଣରେ ଗଭୀର ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୃତକଙ୍କ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଆହତଙ୍କ ପାଇଁ ୫୦ ହଜାର ଲେଖାଏଁ ସହାୟତା ଘୋଷଣା କରିଛନ୍ତି।ଏହି ଘଟଣାରେ ମୃତକଙ୍କ ମଧ୍ୟରେ ଅଧିକ ବିଦେଶୀ ଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ବେସମେଣ୍ଟରେ ଚାଲୁଥିଲା ରେସ୍ତୋରାଁ। ତଳ ମହଲାରୁ ଉପର ମହଲାକୁ ନିଆଁ ଖୁବ୍ ଜୋରରେ ବ୍ୟାପି ଯାଇଥିଲା। ଏଥିରେ ଏଯାଏଁ ୨୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି।






More Stories
ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ଅପଡେଟ୍ କଲା ହସ୍ପିଟାଲ….
ବଦଳିଲା NDA ସଂସଦୀୟ ଦଳର ନାମ…..
ISROର ସାଇଣ୍ଟିଷ୍ଟ ଚାକିରି ଛାଡିଲେ: ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ……