Report Card Odisha

| Daily Odia News

ଦେବାଶିଷ ସାମନ୍ତରାୟ ହେଲେ ରାଜ୍ୟସଭା ପ୍ରାର୍ଥୀ….

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟସଭା ନିର୍ବାଚନକୁ ନେଇ ଗୁରୁବାର ପ୍ରାର୍ଥୀକୁ ଘୋଷଣା କରିଛି ବିଜେପି। ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷ ସାମନ୍ତରାୟଙ୍କୁ ପ୍ରାର୍ଥୀ କରିଛି ବିଜେପି। ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧ ଭାବେ ତାଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଛି। ଦେବାଶିଷ ବିଜେଡି ଛାଡ଼ିବା ସହିତ ରାଜ୍ୟସଭା ପଦରୁ ଇସ୍ତଫା ଦେବା ପରେ ଏହି ଆସନ ଖାଲିପଡିଥିଲା। ୨୦୨୪ ଏପ୍ରିଲରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ଦେବାଶିଷ ସାମନ୍ତରାୟ। ତାଙ୍କ କାର୍ଯ୍ୟକାଳ ୨୦୩୦ ଏପ୍ରିଲ ୩ ତାରିଖରେ ଶେଷ ହୋଇଥା’ନ୍ତା। ତା’ ପୂର୍ବରୁ ୨୦୨୬ ମେ’ ୨୫ ତାରିଖରେ ସେ ଏହି ପଦରୁ ଇସ୍ତଫା ଦେଇଥିଲେ। ଦେବାଶିଷ ବିଜେଡି ଟିକେଟରେ ରାଜ୍ୟସଭାକୁ ଯାଇଥିଲେ। ମେ’ ୨୫ରେ ସେ ବିଜେଡିରୁ ଇସ୍ତଫା ଦେବା ସହିତ ରାଜ୍ୟସଭା ସାଂସଦ ପଦ ମଧ୍ୟ ଛାଡ଼ି ଦେଇଥିଲେ। ମେ’ ୨୬ରେ ସେ ବିଜେପିରେ ଯୋଗ ଦେଇଥିଲେ। ତେଣୁ ବିଜେପି ତାଙ୍କୁ ଏହି ଉପନିର୍ବାଚନରେ ପ୍ରାର୍ଥୀ କରି ରାଜ୍ୟସଭାକୁ ପଠାଇବାର ଅଧିକ ସମ୍ଭାବନା ରହିଥିଲା। ଦେବାଶିଷ ସାମନ୍ତରାୟ ୩ ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

Breaking News