Report Card Odisha

| Daily Odia News

ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ…..

ରିପୋର୍ଟ କାର୍ଡ / ପୁରୀ

ଆସନ୍ତା ୬ ତାରିଖରେ ମୁଖ୍ୟମନ୍ତ୍ରୀ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିବେ। ସେହିଦିନ ପୂର୍ବାହ୍ନ ୧୦ଟା ୧୫ ମିନିଟ୍‌ରେ ଏହି ସମୀକ୍ଷା ବୈଠକ ଅନୁଷ୍ଠିତ ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି।ସମୀକ୍ଷା ବୈଠକରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନୀତିକାନ୍ତି ସୁଚାରୁ ଭାବେ ସମ୍ପାଦନ, ରଥଯାତ୍ରା ସମୟରେ ଶ୍ରଦ୍ଧାଳୁଙ୍କ ପାଇଁ କରାଯାଇଥିବା ବିଭିନ୍ନ ବ୍ୟବସ୍ଥା, ସୁରକ୍ଷା, ପରିମଳ, ଟ୍ରାଫିକ୍ ପରିଚାଳନା, ପାନୀୟ ଜଳ, ସ୍ୱାସ୍ଥ୍ୟସେବା ଏବଂ ଅନ୍ୟାନ୍ୟ ମୌଳିକ ସୁବିଧା ସମ୍ପର୍କରେ ବିସ୍ତୃତ ଆଲୋଚନା ହେବ ନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

Breaking News