Report Card Odisha

| Daily Odia News

ପ୍ରବଳ ବର୍ଷାର ସମ୍ଭାବନା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆଗାମୀ ୭ ଦିନ ଧରି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତ୍ତନଠାରୁ ୪.୫ରୁ ୫.୮ କି.ମି. ଉଚ୍ଚତାରେ ଏହା ସକ୍ରିୟ ରହିଛି। ତେବେ ପାଗ ଅନୁକୂଳ ଥିବାରୁ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ଆସନ୍ତା ୭ ଦିନ ଯାଏ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା ଲାଗିରହିବ। ଏଥିସହ ୧୩ ତାରିଖରୁ ବର୍ଷା ପରିମାଣ ବଢିବ ବୋଲି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ଶୁକ୍ରବାର ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହୋଇଥିବାବେଳେ ଶନିବାର ମଧ୍ୟ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ଏଥିସହ ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କିଛି ସ୍ଥାନରେ ବର୍ଷା ସହିତ ଘଡ଼ଘଡ଼ି, ବିଜୁଳି ଓ ଝଟ୍‌କା ପବନ ବହିବାର ସମ୍ଭାବନା ରହିଥିବାରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

Breaking News