Report Card Odisha

| Daily Odia News

ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁରରେ ଆୟୋଜିତ ବିଭିନ୍ନ ସରକାରୀ, ଶିକ୍ଷାନୁଷ୍ଠାନ ଓ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ପ୍ରସ୍ତୁତ ଖସଡ଼ା କାର୍ଯ୍ୟସୂଚୀ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯାଇଛି। ଗସ୍ତ ସମୟରେ ସୁରକ୍ଷା, ଯାତାୟାତ, ଆବାସ, ସ୍ୱାସ୍ଥ୍ୟସେବା ଓ କାର୍ଯ୍ୟକ୍ରମ ସ୍ଥଳର ବ୍ୟବସ୍ଥାକୁ ସର୍ବୋଚ୍ଚ ପ୍ରାଥମିକତା ଦେବାକୁ ସମ୍ପୃକ୍ତ ବିଭାଗଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ସମସ୍ତ ପ୍ରସ୍ତୁତି ସମ୍ପୂର୍ଣ୍ଣ କରି ତାହାର ରିପୋର୍ଟ ରାଜ୍ୟ ସରକାରଙ୍କ ନିକଟରେ ଦାଖଲ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।ରାଜ୍ୟ ପ୍ରଶାସନ, । ପୋଲିସ, ସ୍ଥାନୀୟ ପ୍ରଶାସନ ଓ ସମ୍ପୃକ୍ତ ବିଭାଗଗୁଡ଼ିକ ମଧ୍ୟରେ ସମନ୍ୱୟ ରକ୍ଷା କରି ରାଷ୍ଟ୍ରପତିଙ୍କ ଗସ୍ତକୁ ସଫଳ ଓ ସୁରକ୍ଷିତ କରିବା ପାଇଁ ଯୋଜନା ପ୍ରସ୍ତୁତ କରାଯାଉଛି। ଖସଡ଼ା କାର୍ଯ୍ୟସୂଚୀ ଅନୁଯାୟୀ ଆବଶ୍ୟକ ପରିବର୍ତ୍ତନ ପରେ ରାଷ୍ଟ୍ରପତିଙ୍କ ଚୂଡ଼ାନ୍ତ କାର୍ଯ୍ୟସୂଚୀ ପ୍ରକାଶ ପାଇବ।

Breaking News