ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ବର୍ଷା ଜାରି ରହିଛି। ଆଗାମୀ ୨ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଶେଷକରି ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆଶଙ୍କା ଥିବାରୁ ୫ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ନିଂ ଏବଂ ୧୭ ଜିଲ୍ଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ନୂଆପଡ଼ା ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ିର ସମ୍ଭାବନା ରହିଛି। ସେହିପରି ଦେବଗଡ଼, ସୁବର୍ଣ୍ଣପୁର, ବଲାଙ୍ଗୀର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ସହ ବଜ୍ରପାତର ଆଶଙ୍କା ରହିଛି।ବର୍ଷା ଯୋଗୁ ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି, ସହରାଞ୍ଚଳରେ କୃତ୍ରିମ ବନ୍ୟା ଏବଂ ରାସ୍ତାଘାଟରେ ଯାତାୟାତ ବ୍ୟାହତ ହେବାର ଆଶଙ୍କା ଥିବାରୁ ସମ୍ପୃକ୍ତ ଜିଲ୍ଲା ପ୍ରଶାସନକୁ ସତର୍କ ରହିବାକୁ କୁହାଯାଇଛି। ସେହିପରି ବଜ୍ରପାତ ସମୟରେ ଅନାବଶ୍ୟକ ଭାବେ ବାହାରକୁ ନ ଯିବା, ବଡ଼ ଗଛ ତଳେ ଆଶ୍ରୟ ନ ନେବା ଏବଂ ପାଣିପାଗ ବିଭାଗର ପରାମର୍ଶ ପାଳନ କରିବାକୁ ଲୋକଙ୍କୁ ସତର୍କ କରାଯାଇଛି।






More Stories
ପୋଖରୀକୁ ଖସିଲା କାର୍, ୫ ମୃତ…..
ବଢିଲା ମହଙ୍ଗା ଭତ୍ତା…..
ଓଡ଼ିଶାର ସାଂସଦଙ୍କ ସହ ଧର୍ମେନ୍ଦ୍ରଙ୍କ ବୈଠକ…..