ରିପୋର୍ଟ କାର୍ଡ / ଭୁବନେଶ୍ୱର
କିଛି ଦିନର ତାତି ପରେ ବଦଳିଛି ପାଣିପାଗ । ଗତକାଲି ସନ୍ଧ୍ୟାରେ ଟ୍ୱିନ୍ ସିଟି ସମେତ ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀର ବର୍ଷ ଦେଖିବାକୁ ମିଳିଥିଲା । ଦିନସାରା ପ୍ରବଳ ଗରମ ଗୁଳୁଗୁଳି ପରେ ଗତକାଲି ସନ୍ଧ୍ୟାରେ ହଠାତ୍ ଝଡ଼ବର୍ଷା ହୋଇଥିଲା । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଉପକୂଳବର୍ତ୍ତୀ ତଥା ଆଭ୍ୟନ୍ତରୀଣ କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ମାର୍ଚ୍ଚ ୨୯ ଓ ୩୦ ତାରିଖରେ ଓଡ଼ିଶା ଉପକୂଳବର୍ତ୍ତୀ ଅଞ୍ଚଳରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ବର୍ଷା ହୋଇପାରେ। ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି ।






More Stories
ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ପାଇଁ ଇଣ୍ଟରନାଲ ମୂଲ୍ୟାୟନ,ପ୍ରୋଜେକ୍ଟ କାର୍ଯ୍ୟ ବାଧ୍ୟତାମୂଳକ…..
ବିହାର ଭୋଟ ଗଣତି : ୧୯୦ ସିଟରେ ଆଗୁଆ ଏନଡିଏ….
କେନ୍ଦ୍ରାପଡାରେ ଫୁଟିଲା ଗୁଳି……