Report Card Odisha

| Daily Odia News

ସୁଶାନ୍ତ ସିଂହ ଙ୍କ ପରଲୋକ…..

ରିପୋର୍ଟ କାର୍ଡ / ଭୁବନେଶ୍ବର

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଙ୍କର ପରଲୋକ ଘଟିଛି । ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗକରିଛନ୍ତି | ମୃତ୍ୟୁବେଳକୁ ତାଙ୍କୁ ୫୩ ବର୍ଷ ହୋଇଥିଲା। ସ୍ବର୍ଗତ ସିଂହ ବିଜେଡିର ଜଣେ ଆଗଧାଡ଼ିର ନେତା ଥିଲେ। ଗତ ୨୦୦୯ରୁ ୨୦୨୪ ପର୍ଯ୍ୟନ୍ତ କ୍ରମାଗତ ୩ଥର ବରଗଡ଼ ଜିଲ୍ଲା ଭଟଲି ବିଧାନସଭା ଆସନରୁ ନିର୍ବାଚିତ ହୋଇଥିଲେ। ସେ ନବୀନ ପଟ୍ଟନାୟକଙ୍କ ସରକାରରେ ଶ୍ରମମନ୍ତ୍ରୀ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହା ସହିତ ସେ ବରଗଡ଼ ଜିଲ୍ଲା ଯୋଜନା କମିଟି ଅଧ୍ୟକ୍ଷ ପଦବୀରେ ମଧ୍ୟ ଥିଲେ। ସ୍ବର୍ଗତ ସିଂହଙ୍କ ପରଲୋକରେ ଅଞ୍ଚଳରେ ଗଭୀର ଶୋକ ପ୍ରକାଶ ପାଇଛି।

Breaking News