ରିପୋର୍ଟ କାର୍ଡ / ଭୁବନେଶ୍ୱର
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ବର୍ତ୍ତମାନ ରାଜ୍ୟରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି ଜୋର୍ ଧରିଛି। ଏହି ପ୍ରସଙ୍ଗକୁ ନେଇ ରାଜନୈତିକ ବୟାନବାଜି ଜାରି ରହିଥିବାବେଳେ କଂଗ୍ରେସ ଓ ବିଜେଡି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି। ପିସିସି ସଭାପତି ଭକ୍ତ ଚରଣ ଦାସ ଏକ ପ୍ରେସ ବିବୃତ୍ତିରେ କହିଛନ୍ତି ଯେ, କେନ୍ଦ୍ରରେ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେବା ପରେ ରାଜ୍ୟରେ ଗଣଶିକ୍ଷା ମନ୍ତ୍ରୀ ମଧ୍ୟ ନିଜ ପଦରୁ ଇସ୍ତଫା ଦେବା ଉଚିତ୍। ସେ ସ୍ପଷ୍ଟ ଚେତାବନୀ ଦେଇ କହିଛନ୍ତି ଯେ ଯଦି ଆସନ୍ତା ୭ ଦିନ ଭିତରେ ଗଣଶିକ୍ଷା ମନ୍ତ୍ରୀ ଇସ୍ତଫା ନ ଦିଅନ୍ତି, ତେବେ ଆଗାମୀ ଦିନରେ ବ୍ୟାପକ ଆନ୍ଦୋଳନ ସ୍ବରୂପ ଓଡ଼ିଶା ବନ୍ଦ କରାଯିବ। ଏଥିସହ ରାଜ୍ୟର ଜେନ-ଜି (Gen-Z) ଯୁବପିଢିଙ୍କ ଦ୍ୱାରା କୌଣସି ଆନ୍ଦୋଳନ କରାଗଲେ ରାଜ୍ୟ କଂଗ୍ରେସ ସେମାନଙ୍କ ସହିତ ସମ୍ପୂର୍ଣ୍ଣ ଭାବେ ଠିଆ ହେବ ବୋଲି ସେ ପ୍ରକାଶ କରିଛନ୍ତି।






More Stories
ସ୍ବର୍ଣ୍ଣ ଜିତିଲେ ମୀରାବାଈ ଚାନୁ…..
ସୁଶାନ୍ତଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ,ନବୀନ…..
ଆଜି ନୀଳାଦ୍ରିବିଜେ,ରସଗୋଲା ଦିବସ…..