Report Card Odisha

| Daily Odia News

ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ଦିଲ୍ଲୀରୁ ବାହାରି ସକାଳ ୧୧ ଟାରେ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଥିଲେ। ତେବେ ଏହି ସମୟରେ ବୁଧବାର ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭାପତି, ରାଜ୍ୟ ପ୍ରଭାରୀ ଏବଂ ଭାଜପା ସାଂସଦଙ୍କ ମଧ୍ୟରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଯେଉଁଥିରେ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିବା ଦେଖିବାକୁ ମିଳିଛି। ଏବେ ଏହି ବୈଠକ ରାଜ୍ୟ ରାଜନୀତିରେ ହଇଚଇ ସୃଷ୍ଟି କରିଛି। ବୈଠକକୁ ନେଇ ନିଜେ ଧର୍ମେନ୍ଦ୍ର ପ୍ରଧାନ ଏକ୍ସରେ ଶେୟାର କରି ଲେଖିଛନ୍ତି, ଓଡ଼ିଶାର ବିକାଶମୂଳକ କାର୍ଯ୍ୟ ସହ ଜଡ଼ିତ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ରାଜ୍ୟର ମୁଖ୍ୟମନ୍ତ୍ରୀ, ରାଜ୍ୟ ସଭାପତି, ରାଜ୍ୟ ପ୍ରଭାରୀ ଓ ଆମ ଦଳର ସାଂସଦମାନଙ୍କ ସହ ଆଲୋଚନା ହୋଇଛି।

Breaking News