Report Card Odisha

| Daily Odia News

ମନ୍ତ୍ରୀଙ୍କ ବଡ଼ ସୂଚନା:‘ନଜର ରଖିଛୁ, ଭୟଭୀତ ହୁଅନ୍ତୁନି’…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ନାହିଁ। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀ କହିଛନ୍ତି, ୨ ତାରିଖ ପରେ ପୁନର୍ବାର ବର୍ଷା ହୋଇପାରେ । ମୁଣ୍ଡୁଳୀରେ ସନ୍ଧ୍ୟା ସୁଦ୍ଧା ୯ ଲକ୍ଷ କ୍ୟୁସେକ ଜଳ ପ୍ରଭାହିତ ସମ୍ଭାବନା। ଆଖୁଆପଦାଠରେ ବିପଦ ସଂକେତ ତଳେ ରହିଛି ବୈତରଣୀ ନଦୀର ଜଳସ୍ତର। ଉପର ମୁଣ୍ଡରେ ବର୍ଷା କମିଛି, ବୈତରଣୀରେ ବନ୍ୟା କମୁଛି। ଯାଜପୁର ଜିଲାରେ ୨ଟି ଘାଇ ହୋଇଛି ।ସେପଟେ ଲଗାଣ ବର୍ଷା ଓ କେତେକ ନଦୀରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଉପରେ ରାଜ୍ୟ ସରକାର ଏବଂ ନିଜେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରତିଟି ମୁହୂର୍ତ୍ତରେ ସିଧାସଳଖ ନଜର ରଖିଥିବା ତାଙ୍କ ‘X’ରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କୃଷ୍ଣଚନ୍ଦ୍ର ମହାପାତ୍ର ଏବଂ ଗଣେଶ ରାମ ସିଂ ଖୁଣ୍ଟିଆଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରି ପ୍ରଭାବିତ ଅଞ୍ଚଳରେ ସହାୟତା କାର୍ଯ୍ୟକୁ ତ୍ୱରାନ୍ବିତ କରିବା ପାଇଁ ସେମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ସେ ବନ୍ୟା ପରିସ୍ଥିତି ଏବଂ ଏହାର ମୁକାବିଲା ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଏବଂ ସ୍ବତନ୍ତ୍ର ରିଲିଫ କମିଶନର(ଏସଆର୍ସି)ଙ୍କ ସହ ଆଲୋଚନା କରିଛନ୍ତି। କେହି ହେଲେ ଆଦୌ ବିଚଳିତ କିମ୍ବା ଭୟଭୀତ ନ ହେବାକୁ ସେ ପରାମର୍ଶ ଦେଇଛନ୍ତି।

Breaking News