Report Card Odisha

| Daily Odia News

୬ ଜିଲ୍ଲାକୁ ସତର୍କ ସୂଚନା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ରାଜ୍ୟରେ ବନ୍ୟା ସ୍ଥିତି ଜାରି ରହିଥିବାବେଳେ ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଦୁଇଦିନ ହେବ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ସୋମବାରଠାରୁ ବର୍ଷା ପରିମାଣ ବଢିବା ସହ ୮ ତାରିଖ ଯାଏ ଲାଗି ରହିବ। ସୋମବାର ରାଜ୍ୟର ସମସ୍ତ ଜିଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଥିବାବେଳେ ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ଥିବାରୁ ବିଜୁଳି ଘଡ଼ଘଡ଼ିଜନିତ ପ୍ରଭାବ ବୃଦ୍ଧି ପାଇବା ଆଶଙ୍କା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ଝଡ଼ବର୍ଷା ଲାଗି ରହିବ ବୋଲି ସତର୍କ ସୂଚନା ଦିଆଯାଇଛି। ମଙ୍ଗଳବାର ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା ଏବଂ କୋରାପୁଟ ଜିଲାକୁ ପ୍ରବଳ ବର୍ଷା ନେଇ ଓ୍ବାର୍ନିଂ ଦିଆଯାଇଛି।

Breaking News