ରିପୋର୍ଟ କାର୍ଡ / ଭୁବନେଶ୍ୱର
ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ଟ୍ରପ୍ ଲାଇନ ପ୍ରଭାବରେ ରାଜ୍ୟର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେଉଛି। ସପ୍ତାହେ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ବାୟୁମଣ୍ଡଳ ଉପରି ଭାଗରେ ଜଳୀୟବାଷ୍ପ ଏବଂ ତାପମାତ୍ରା ଅଧିକ ରହିବା ହେତୁ କେତେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଉପରୋକ୍ତ ଦୁଇଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ଼, ବାଲେଶ୍ବର, ଯାଜପୁର, ଭଦ୍ରକ, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅନ୍ୟାନ୍ୟ ଜିଲ୍ଲାଗୁଡ଼ିକୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋୱାର୍ଣ୍ଣିଂ ଜାରି କରିଛି।






More Stories
ବର୍ଷାକୁ ନେଇ ବଡ଼ ଅପଡେଟ୍:ଜାରି ହେଲା ଆଲର୍ଟ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ:ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ…..
ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ…..