ରିପୋର୍ଟ କାର୍ଡ / ଭୁବନେଶ୍ୱର
ରାଜ୍ୟରେ ଜାରି ରହିଛି ବର୍ଷାର ପ୍ରଭାବ। ଏହାରି ମଧ୍ୟରେ ଆସୁଛି ଆଉ ଏକ ଲଘୁଚାପ। ଅଗଷ୍ଟ ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଥିବା ବେଳେ ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷାର ପ୍ରକୋପ ଆହୁରି ବଢ଼ିପାରେ। ବର୍ତ୍ତମାନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ରହିଛି। ଏହି ଘୂର୍ଣ୍ଣିବଳୟ ଆହୁରି ଘନୀଭୂତ ହେବା ସହ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୧୨ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆକଳନ କରାଯାଉଛି। ଆସନ୍ତା ୨୪ ଘଣ୍ଟା ପାଇଁ ସମଗ୍ର ଓଡ଼ିଶାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ୫ଟି ଜିଲାକୁ ବାଦ ଦେଲେ ଅନ୍ୟ ସମସ୍ତ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଦିଆଯାଇଛି। ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ଆହୁରି ବଢ଼ିପାରେ।






More Stories
ରାଜ୍ୟସ୍ତରୀୟ ସମାରୋହରେ ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ…..
୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ…..
ସଞ୍ଜୀବ ପଣ୍ଡା,ଯଶୋବନ୍ତ ଜେଠୱାଙ୍କୁ ପଦୋନ୍ନତି…..