Report Card Odisha

| Daily Odia News

ପ୍ରବଳ ବର୍ଷା ସମ୍ଭାବନା…..

ରିପୋର୍ଟ କାର୍ଡ / ଭୁବନେଶ୍ୱର

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ପର୍ଯ୍ୟନ୍ତ ବ୍ୟାପିଛି। ଲଘୁଚାପ ମଙ୍ଗଳବାର ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା ଦେଇ ଅତିକ୍ରମ କରିବ। ଏହା ପ୍ରଭାବରେ ଆସନ୍ତା ୩୦ ତାରିଖ ଯାଏ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଚେତାବନୀ ଜାରି କରାଯାଇଛି। ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ଓ ବିଜୁଳି ସହିତ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ବୁଧବାର ବିଭିନ୍ନ ଜିଲ୍ଲାକୁ ଝଡ଼ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।

Breaking News