ରିପୋର୍ଟ କାର୍ଡ / ଭୁବନେଶ୍ବର
ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରବିବାର ଭୁବନେଶ୍ବର, ଅନୁଗୋଳ, ବଲାଙ୍ଗିର, ମାଲକାନଗିରି, ସୁବର୍ଣ୍ଣପୁର, ଢେଙ୍କାନାଳ, ବରଗଡ, ନବରଙ୍ଗପୁର ଏବଂ ରାଉରକେଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋରଧା ଏବଂ ନୟାଗଡ଼ ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। କେତେକ ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏପରୋକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।






More Stories
‘ଇ-ଡିଟେକ୍ସନ୍’;ଆପେଆପେ କଟିବ ଚାଲାଣ….
ଦଶମ-ଦ୍ବାଦଶ ପାଇଁ ଗୋଟିଏ ବୋର୍ଡ;ମିଳିବ ନିଯୁକ୍ତି……
ଡିଜିପି ମନୋନୟନ ମାମଲା;ଆଜି ସୁପ୍ରିମକୋର୍ଟରେ ଶୁଣାଣି…..