ରିପୋର୍ଟ କାର୍ଡ / ଭୁବନେଶ୍ୱର
ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ ଆଠଗଡ଼ ଉପଜିଲ୍ଲାପାଳ, ପ୍ରଜ୍ଞାନନ୍ଦନ ଗିରିଙ୍କୁ ତାଳଚେର ଉପଜିଲ୍ଲାପାଳ, କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲ୍ଲାପାଳ ଦାୟିତ୍ୱ ମିଳିଛି। ସେହିପରି ଫାବି ରସିଦଙ୍କୁ କୋରାପୁଟ ଉପଜିଲ୍ଲାପାଳ, ମୃଣାଳିକା ରାଠୋଡ- ରାୟଗଡ଼ା, ସୁଭଦ୍ରା ପଣ୍ଡା- ଯାଜପୁର, ପୱନ କୁମାର- ଟିଟିଲାଗଡ଼, ଭଗତ ସାମଲ କଲ୍ୟାଣରାଓ- ପାରଳାଖେମୁଣ୍ଡି ଏବଂ ସନ୍ତୋଷ କୁମାର ପାତ୍ରଙ୍କୁ ବଣାଇଗଡ଼ ଉପଜିଲ୍ଲାପାଳ ଭାବେ ନିଯୁକ୍ତି ମିଳିଛି।






More Stories
ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜ ମୋହନ ରାମ…..
ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍ଦାର ଗିରଫ…..
ସ୍ୱଚ୍ଛ ଓ ସଠିକ୍ ଭୋଟର ତାଲିକା ପାଇଁ ‘SIR’ ଆବଶ୍ୟକ…..