ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଦିଲ୍ଲୀ ଏମ୍ସରେ ଆଜି ସଫଳତାର ଶେଷ ହେଲା ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ବାଇପାସ ସର୍ଜରୀ। ଏନେଇ ଟ୍ୱିଟ୍ କରି ସୂଚନା ଦେଲେ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ। ସଫଳ ଅସ୍ତ୍ରୋପଚାର ପାଇଁ ଏମ୍ସ ଡାକ୍ତରୀ ଦଳଙ୍କୁ ଶୁଭେଚ୍ଛା ମଧ୍ୟ ଜଣାଇଲେ ରାଜନାଥ। କେବଳ ଏତିକି ନୁହେଁ ବରଂ ରାଷ୍ଟ୍ରପତିଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ ଏମ୍ସ ନିର୍ଦ୍ଦେଶକଙ୍କ ସହ କଥା ମଧ୍ୟ ହେଲେ । ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କର ଆଜି ବାଇପାସ୍ ସର୍ଜରୀ କରାଯିବ ବୋଲି ପୂର୍ବରୁ ନିଷ୍ପତ୍ତି ହୋଇଥିଲା । ସକାଳେ ଓଡ଼ିଆ ଡାକ୍ତର ଅକ୍ଷୟ କୁମାର ବିଷୋୟୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅସ୍ତ୍ରୋପଚାର କରିବେ ବୋଲି ସୂଚନା ମିଳିଥିଲା। ଦିଲ୍ଲୀ ସ୍ଥିତ ଅଲ୍ ଇଣ୍ଡିଆ ଇନ୍ଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସ (AIIMS) ରେ ଏହି ଅସ୍ତ୍ରୋପଚାର ସଫଳ ହୋଇଥିବା ନେଇ ସୂଚନା ମିଳିଛି।






More Stories
ଆଜି ଦେଶବ୍ୟାପି ୬ଘଣ୍ଟିଆ ଧର୍ମଘଟ……
୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ……
ନମାଜ ସମୟରେ ବିସ୍ଫୋରଣ,୧୦ ମୃତ୍ୟୁ…..