ରିପୋର୍ଟ କାର୍ଡ / ଭୁବନେଶ୍ବର
ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ | ଉକ୍ତ ବୈଠକରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ସରକାର ମୋହର ବାଜିପାରେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମଙ୍ଗଳବାର ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟଙ୍କୁ ଅବଗତ କରାଯାଇଛି। ସୂଚନା ଅନୁଯାୟୀ, ରାଜ୍ୟରେ ଆଗାମୀ ଦିନରେ ପଞ୍ଚାୟତ ଓ ପୌର ନିର୍ବାଚନ ଅନୁଷ୍ଠିତ ହେବାକୁ ରହିଛି। ଏହାକୁ ଦୃଷ୍ଟିରେ ରଖି ସରକାରଙ୍କ ପଞ୍ଚାୟତିରାଜ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଅନେକଗୁଡ଼ିଏ ନୂଆ ଯୋଜନା ତଥା କାର୍ଯ୍ୟକ୍ରମ ଉପରେ ନିଷ୍ପତ୍ତି ନିଆଯାଇପାରେ ବୋଲି ସରକାରଙ୍କ ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି।






More Stories
ଡିଇଏଲ୍ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍ଡେଟ୍…..
ଛାତ୍ର ସଂସଦ ନିର୍ବାଚନ ପୂର୍ବରୁ ଡିଜିପିଙ୍କ ସମୀକ୍ଷା….
ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ…..