ରିପୋର୍ଟ କାର୍ଡ / ଭୁବନେଶ୍ୱର
ଗୁରୁବାର ସକାଳୁ ସାରା ଓଡ଼ିଶାରେ ‘ଓଡ଼ିଶା ବନ୍ଦ’ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ କରାଯାଉଛି | ୪ଦଫା ଦାବିରେ କଂଗ୍ରେସ ସହ ୯ଟି ବିରୋଧି ଦଳ ଏହି ଡାକରାରେ ସାମିଲ ହୋଇଛନ୍ତି। ଫଳରେ ବସ, ଅଟୋ ଓ ଟ୍ରେନ ସେବା ପ୍ରଭାବିତ ହୋଇଛି। ରାଜପଥ ଉପରେ ଶହ ଶହ ଗାଡ଼ି ଅଟକି ରହିଥିବା ବେଳେ ଯାତ୍ରୀମାନେ ନାନା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ମାଷ୍ଟର କ୍ୟାଣ୍ଟିନ ଛକରେ କଂଗ୍ରେସ ପକ୍ଷରୁ ପିକେଟିଂ କରାଯାଇଛି। ଏହି ବନ୍ଦ ଡାକରା ଯୋଗୁ ଘରୋଇ ଅନୁଷ୍ଠାନ, ବ୍ୟବସାୟ ପ୍ରତିଷ୍ଠାନ ଆଦି ବନ୍ଦ ରହିଛି। ବିଭିନ୍ନ ସ୍ଥାନରେ ଟାୟାର ଜାଳି ରାସ୍ତା ଅବରୋଧ କରାଯାଇଛି। MMDR ବିଲ୍ ପ୍ରତ୍ୟାହାର, CECଙ୍କ ଇସ୍ତଫା ଦାବି , ପାଠ୍ୟ ପୁସ୍ତକରେ ତ୍ରୁଟି ଆଦି ବିଭିନ୍ନ ଦାବି ନେଇ ‘ଇଣ୍ଡି’ ମେଣ୍ଡ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି।






More Stories
ବାତ୍ୟା ଲ୍ୟାଣ୍ଡଫଲ୍ ପରେ ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ…..
ଫେବ୍ରୁଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା…..
‘ଅକୱାନ’ର ମୁକାବିଲା ପାଇଁ ରାଜ୍ୟ ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ……