ରିପୋର୍ଟ କାର୍ଡ / କଟକ
ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବରିଷ୍ଠ ବିଚାରପତି ଜଷ୍ଟିସ୍ ବିଭୂପ୍ରସାଦ ରାଉତରାୟଙ୍କୁ ନିଯୁକ୍ତି ମିଳିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅନୁମୋଦନ କ୍ରମେ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ଏ ସଂକ୍ରାନ୍ତରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବର୍ତ୍ତମାନର ମୁଖ୍ୟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନ ଆସନ୍ତା ୧୫ ତାରିଖରେ ଅବସର ଗ୍ରହଣ କରିବାକୁ ଥିବାବେଳେ ତାଙ୍କ ସ୍ଥାନରେ ଆସନ୍ତା ୧୬ ତାରିଖରୁ ଜଷ୍ଟିସ୍ ରାଉତରାୟ ଏହି ଗୁରୁଦାୟିତ୍ୱ ତୁଲାଇବେ। କେନ୍ଦ୍ର ଆଇନ ମନ୍ତ୍ରଣାଳୟର ନ୍ୟାୟ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତି ଅନୁଯାୟୀ, ଭାରତୀୟ ସମ୍ବିଧାନର ଧାରା ୨୨୩ ଅନୁସାରେ ରାଷ୍ଟ୍ରପତି ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ପରବର୍ତ୍ତୀ ସ୍ଥାୟୀ ମୁଖ୍ୟ ବିଚାରପତି ନିଯୁକ୍ତ ହେବା ପର୍ଯ୍ୟନ୍ତ ଜଷ୍ଟିସ୍ ରାଉତରାୟ ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ ନିର୍ବାହ କରିବେ। ଜଷ୍ଟିସ୍ ହରିଶ ଟଣ୍ଡନଙ୍କ ଅବସର ପରେ ହାଇକୋର୍ଟର ବରିଷ୍ଠତମ ବିଚାରପତି ଭାବେ ତାଙ୍କୁ ଏହି ଦାୟିତ୍ୱ ଅର୍ପଣ କରାଯାଇଛି।





More Stories
ପୁଣି ଆସୁଛି ବାତ୍ୟା!……
ବସ୍ ଭଡ଼ା ବୃଦ୍ଧି…..
ସ୍ୱଚ୍ଛତାରେ ଓଡ଼ିଶାକୁ ଜାତୀୟ ସମ୍ମାନ……