Report Card Odisha

| Daily Odia News

ଡି.ଏ.ଭି ପବ୍ଲିକ ସ୍କୁଲରେ ଉତ୍କଳ ଦିବସ ପାଳିତ……

ରିପୋର୍ଟ କାର୍ଡ / ଭୁବନେଶ୍ୱର

ଡି.ଏ.ଭି ପବ୍ଲିକ ସ୍କୁଲ କଳିଙ୍ଗ ନଗରରେ ପବିତ୍ର ୮୫ତମ ଉତ୍କଳ ଦିବସ ପାଳିତ ହୋଇଯାଇଛି । ଏହି ଉତ୍ସବର ପ୍ରାରମ୍ଭରେ ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତ ଗାନ ସହ ଉତ୍କଳର ବରପୁତ୍ରମାନଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା । ଏକ ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଥିଲା । ଏହି ଅବସରରେ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ବିପିନ କୁମାର ସାହୁ ଉତ୍କଳ ଦିବସ ପାଳନର ଆଭିମୁଖ୍ୟ ତଥା ଓଡିଶାକୁ ଏକ ସମୃଦ୍ଧ ଓ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ପ୍ରତ୍ୟେକ ଓଡିଆଙ୍କ ଦାୟିତ୍ୱ ଓ କର୍ତ୍ତବ୍ୟ ବିଷୟରେ ସୂଚାଇ ଦେଇଥିଲେ । ଏଥିସହିତ ଯୁବପିଢିମାନଙ୍କୁ ମାତୃଭୂମି ଓ ମାତୃଭାଷାର ସୁରକ୍ଷା ପାଇଁ ସଚେତନ ହେବା ଦିଗରେ ଆହ୍ୱାନ ଦେଇଥିଲେ । ବିଦ୍ୟାଳୟର ଶିକ୍ଷକ ଶିକ୍ଷିକା ମାନଙ୍କ ଦ୍ୱାରା ସାମୂହିକ ସଙ୍ଗୀତ, ନୃତ୍ୟ, କବିତା ପାଠ ସହ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ତାତ୍ପର୍ଯ୍ୟ ସମ୍ବନ୍ଧରେ ବକ୍ତବ୍ୟ ପ୍ରଦାନ କରାଯାଇଥିଲା । କୋଭିଡ଼ କଟକଣାକୁ ଦୃଷ୍ଟିରେ ରଖି ଏହି ଦିବସର ମାହାତ୍ମ୍ୟ, ଛାତ୍ର ଛାତ୍ରୀ ମାନଙ୍କ ଅବଗତି ନିମନ୍ତେ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମର ଏକ ଭିଡିଓ ଅନଲାଇନ ମାଧ୍ୟମରେ ପ୍ରସାରଣ କରାଯାଇଛି । ବିଦ୍ୟାଳୟର ଓଡିଆ ଭାଷା ଓ ସାହିତ୍ୟ ବିଭାଗ ତରଫରୁ ଏହି ସମସ୍ତ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ।

Breaking News