ରିପୋର୍ଟ କାର୍ଡ / ପିପିଲି
ପିପିଲି ଉପନିର୍ବାଚନ ପାଇଁ ପ୍ରଚାର ଜୋରଧରିଛି | ଏହି ପ୍ରଚାର ବେଳେ ହିଂସାକାଣ୍ଡ ଘଟିଥିବା ଦେଖିବାକୁ ମିଳିଛି। ରାଲିରେ ଯିବାବେଳେ ବିଜେପି କର୍ମୀଙ୍କୁ ବିଜେଡି କର୍ମୀ ଆକ୍ରମଣ କରିବା ସହ ଗାଡ଼ି ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି। ପିପିଲି ଥାନା ଅନ୍ତର୍ଗତ ରାଇଗିରିପୁର ଗାଁରେ ବିଜେପି କର୍ମୀଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ଆସିଛି। ରାଲିରେ ବିଜେପି ବିଧାୟକ ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ଉପସ୍ଥିତ ରହିଥିଲେ। ବିଜେପି କର୍ମୀଙ୍କୁ ମାଡ଼ ମରାଯାଇଥିବା ପ୍ରତିବାଦରେ ଗାଁ ଦାଣ୍ଡରେ ଆଶ୍ରିତ ପଟ୍ଟନାୟକଙ୍କ ସମେତ ରାଲିରେ ଥିବା ସମସ୍ତ ଦଳୀୟ କର୍ମୀ ଧାରଣାରେ ବସିଥିବା ଜଣାପଡ଼ିଛଛି । ଏହି ଘଟଣାକୁ ନେଇ ଚାପା ଉତ୍ତେଜନା ପ୍ରକାଶ ପାଇଛି।






More Stories
ବଦଳିଲେ ଆଇଆଇସି,୪ ପୋଲିସ ସସ୍ପେଣ୍ଡ୍…..
ବାଲିଅନ୍ତା ହତ୍ୟା ଘଟଣାର ହେବ କ୍ରାଇମବ୍ରାଞ୍ଚ ତଦନ୍ତ…..
ପୋଲିସ ସାମ୍ନାରେ ଯୁବକଙ୍କୁ ପିଟିପିଟି ମାରିଦେଲେ…..