ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
କରୋନାର ଦ୍ଵିତୀୟ ଲହର ଦେଶରେ କାୟାବିସ୍ତାର କରିଚାଲିଛି | ଦେଶରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଛତିଶଗଡ଼ର ଦୁର୍ଗ ଜିଲ୍ଲାକୁ ସମ୍ପୂର୍ଣ୍ଣ ଲକ୍ଡାଉନ୍ ଘୋଷଣା ହୋଇଛି। ଏପ୍ରିଲ୍ ୬ରୁ ୧୪ ଯାଏ ଲକ୍ଡାଉନ୍ ନେଇ ଜିଲ୍ଲାପାଳ ଘୋଷଣା କରିଛନ୍ତି। ଲକ୍ଡାଉନ୍ ସମୟରେ ଜରୁରୀ ସେବା ବ୍ୟତୀତ ଅନ୍ୟ ସବୁ କାର୍ଯ୍ୟକ୍ରମ ସମ୍ପୂର୍ଣ୍ଣ ବାରଣ କରାଯାଇଥିବା ନେଇ ସୂଚନା ମିଳିଛି । ଲକ୍ଡାଉନ୍ ସମୟରେ ଟିକାକରଣ ପ୍ରକ୍ରିୟା ଚାଲୁ ରହିବ ବୋଲି ଦୁର୍ଗ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଅଧିକାରୀଙ୍କ ସହ ଏକ ବୈଠକ ପରେ ଦୁର୍ଗ ଜିଲ୍ଲାକୁ ସମ୍ପୂର୍ଣ୍ଣ ଲକ୍ଡାଉନ୍ ଘୋଷଣା ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ଗୁରୁବାର ଛତିଶଗଡ଼ରେ ୪,୬୧୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଛତିଶଗଡ଼ର ରାଇପୁର ଓ ଦୁର୍ଗ ଜିଲ୍ଲାରେ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଗୁରୁବାର ଦୁର୍ଗ ଜିଲ୍ଲାରୁ ୯୯୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ରାଇପୁରରୁ ୧,୩୨୭ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।
More Stories
ଇସ୍ରାଏଲ ଆକ୍ରମଣରେ ହିଜବୁଲ୍ଲା କମାଣ୍ଡର ଅଲି ଜାମୋଲ ନିପାତ…..
ନିଜକୁ ସାମ୍ବାଦିକା କହି ଭାରତର ରୁ ତଥ୍ୟ ସଂଗ୍ରହ କରୁଥିଲେ…..
କୁବେର ମୁଖ୍ୟଯନ୍ତ୍ରୀ ଗିରଫ…..