ରିପୋର୍ଟ କାର୍ଡ / ପିପିଲି
ଆସନ୍ତା ୧୭ ତାରିଖରେ ପିପିଲି ଉପନିର୍ବାଚନ | ସେଥିପାଇଁ ୮୦ ବର୍ଷରୁ ଉର୍ଦ୍ଧ୍ବ ବୟସର ଭୋଟରମାନଙ୍କ ନିମନ୍ତେ ପୋଷ୍ଟାଲ ବାଲାଟ ନିଆଯାଉଛି। ଆଜି ସକାଳ ୯ଟାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ପିପିଲି ଅଭିମୁଖେ ବାହାରିଛି। ପିପିଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ୮୨୧୨ ଜଣ ୮୦ ବର୍ଷ ବୟସରୁ ଉର୍ଦ୍ଧ୍ବ ଓ ଦିବ୍ୟାଙ୍ଗ ଭୋଟର ଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦୭୭ ଜଣ ପୋଷ୍ଟାଲ ବାଲାଟ ମାଧ୍ୟମରେ ଭୋଟ ଦେବାକୁ ସମ୍ମତି ପ୍ରଦାନ କରିଛନ୍ତି । ୮୦ ବର୍ଷ ବୟସରୁ ଉର୍ଦ୍ଧ୍ବ ୯୦୯ ଜଣ ଓ ୧୬୮ ଜଣ ଦିବ୍ୟାଙ୍ଗ ଭୋଟର ରହିଛନ୍ତି। ସେଥିମଧ୍ୟରୁ ଡେଲାଙ୍ଗରେ ୭୧୨ ଓ ପିପିଲିରେ ୩୬୫ ଜଣ ରହିଥିବା ନେଇ ସୂଚନା ମିଳିଛି |






More Stories
ଆଜି ଇସ୍ତଫା ଦେବେ ନୀତୀଶ…..
ଭୁଲ ଇଞ୍ଜେକ୍ସନ୍ ନେଲା ଶିଶୁର ଜୀବନ…..
ରୋଷେୟାର ତଣ୍ଟି କାଟିଦେଲା ହେଲପର…..