ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଆଜି ଦେଶରେ ରେକର୍ଡ ଭାଙ୍ଗିଛି କରୋନା ସଂକ୍ରମଣ ସଂଖ୍ୟା। ହୁ ହୁ ହୋଇ ବଢି ଚାଲିଛି କରୋନା ସଂକ୍ରମଣ। ପ୍ରଥମ ଲହର ଠାରୁ ଦ୍ଵିତୀୟ ଲହର ଦ୍ରୁତଗତିରେ ସଂକ୍ରମିତ ହେଉଛି | ଦେଶର ଗତ ୨୪ ଘଣ୍ଟା ମଧ୍ୟରେ ୧,୧୫,୭୩୬ ନୂଆ କରୋନା ପଜଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ମୋଟ ପଜିଟିଭ ସଂଖ୍ୟା ୧,୨୮,୦୧,୭୮୫କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ୬୩୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୬୬,୧୭୭ରେ ପହଞ୍ଚିଛି। ଦିନକରେ ୫୯,୮୫୬ ସୁସ୍ଥ ହୋଇଥିବା ବେଳେ ମୋଟ ୧,୧୭,୯୨,୧୩୫ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୮,୪୩,୪୭୩ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।






More Stories
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….
ଅଟକ ନେତାଙ୍କୁ ଛାଡ଼ିବାକୁ ୱାଙ୍ଗଚୁକଙ୍କ ଚେତାବନୀ….
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..