ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଗାମୀ ୨ ଘଣ୍ଟା ମଧ୍ୟରେ ୧୩ ଜିଲ୍ଲାକୁ କାଳବୈଶାଖୀ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଭାଗ । ଖୋର୍ଦ୍ଧା, ନୟାଗଡ଼, ପୁରୀ, କଳାହାଣ୍ଡି, ବଲାଙ୍ଗିର, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାକୁ ସତର୍କ ରହିବାକୁ କୁହାଯାଇଛି । ୨ ଘଣ୍ଟା ମଧ୍ୟରେ ଉପରୋକ୍ତ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ ବିଜୁଳି ସହ ବର୍ଷା ହୋଇପାରେ । ପାଗକୁ ଦେଖି ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଯିବାକୁ କହିଛି ପାଣିପାଗ ବିଭାଗ । ବିଶେଷକରି ବଜ୍ରପାତରୁ ରକ୍ଷା ପାଇବା ଖୋଲା ସ୍ଥାନରେ ନରହି ସୁରକ୍ଷିତ ଜାଗାକୁ ଯିବା ପାଇଁ ପରାମର୍ଶ ଦିଆଯାଇଛି ।
More Stories
ଆଜିଠୁ ପୁରୁଣା ଗାଡ଼ି କୁ ପେଟ୍ରୋଲ-ଡିଜେଲ ମନା…..
କମିଲା ଗ୍ୟାସ୍ ଦର……
ଆଜି ହେରାପଞ୍ଚମୀ ନୀତି,ନନ୍ଦିଘୋଷ ରଥ ଭାଙ୍ଗିବେ ମହାଲକ୍ଷ୍ମୀ…..