Report Card Odisha

| Daily Odia News

ଦେଶରେ ଭୟଙ୍କର ସ୍ଥିତି ଧାରଣ କରୁଛି କରୋନା, ୨୪ ଘଣ୍ଟାରେ ୧,୨୬,୩୧୫ କରୋନା ସଂକ୍ରମିତ ଚିହ୍ନଟ…..

ରିପୋର୍ଟ କାର୍ଡ / ନୂଆଦିଲ୍ଲୀ

ଦେଶରେ କରୋନା ସ୍ଥିତି ଅନାୟତ ହେବାରେ ଲାଗିଛି। ଦୈନିକ ଆକ୍ରାନ୍ତ ସଂଖ୍ୟା ବଢିଚାଲିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୨୬ହଜାର ୩୧୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୮୪ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୨୯ ଲକ୍ଷ ୧ ହଜାର ୭୮୫ରେ ପହଞ୍ଚିଛି। ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୧ ଲକ୍ଷ ୬୬ ହଜାର ୮୬୨ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୧ କୋଟି ୧୮ ଲକ୍ଷ ୫୧ ହଜାର ୩୯୩ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୮ ଲକ୍ଷ ୪୩ ହଜାର ୪୭୩ । ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ସମେତ ଅନେକ ରାଜ୍ୟରେ ସଂକ୍ରମଣକୁ ଦୃଷ୍ଟିରେ ରଖି ଅନେକ କଠୋର ପଦକ୍ଷେପ ନିଆଯାଇଥିବା ନେଇ ସୂଚନା ମିଳିଛି ।

Breaking News