ରିପୋର୍ଟ କାର୍ଡ / ନୂଆଦିଲ୍ଲୀ
ଅନିଲ ଦେଶମୁଖଙ୍କ ବିରୋଧରେ ବମ୍ବେ ହାଇକୋର୍ଟ ଦେଇଥିବା ସିବିଆଇ ତଦନ୍ତ ନିର୍ଦ୍ଦେଶକୁ ବିରୋଧ କରି ଉଭୟ ଦେଶମୁଖ ଏବଂ ମହାରାଷ୍ଟ୍ର ସରକାର ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ତେବେ କୋର୍ଟ ଏହି ଆବେଦନକୁ ଖାରଜ କରିଦେଇଛନ୍ତି। କୋର୍ଟ କହିଛନ୍ତି, ପୂର୍ବତନ ମୁମ୍ବାଇ ପୋଲିସ କମିସନର ପରମବୀର ସିଂହ ଯେଉଁ ଅଭିଯୋଗ ଆଣିଛନ୍ତି ତାହା ଅତ୍ୟନ୍ତ ଗୁରୁତର। ତେଣୁ ଏହି ମାମଲାରେ ନିରପେକ୍ଷ ତଦନ୍ତ ଜରୁରୀ। ହାଇକୋର୍ଟ ଉକ୍ତ ମାମଲାରେ ପ୍ରାରମ୍ଭିକ ତଦନ୍ତ ନିର୍ଦ୍ଦେଶ ଦେଇଥିବାରୁ ଆମେ ଏଥିରେ ହସ୍ତକ୍ଷେପ କରିପାରିବୁ ନାହିଁ ବୋଲି ସୁପ୍ରିମ୍କୋର୍ଟ ସ୍ପଷ୍ଟ କରିଛନ୍ତି। ଯେତେବେଳେ ଜଣେ ବରିଷ୍ଠ ଅଧିକାରୀ ଜଣେ ବରିଷ୍ଠ ମନ୍ତ୍ରୀଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣୁଛନ୍ତି ସେ ସମୟରେ ନିରପେକ୍ଷ ତଦନ୍ତ ଆବଶ୍ୟକ। ଉଲ୍ଲେଖଯୋଗ୍ୟ, ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ବିରୋଧରେ ସିବିଆଇ ତଦନ୍ତ ପାଇଁ ବମ୍ବେ ହାଇକୋର୍ଟ ଗତ ସୋମବାର ଦିନ ନିର୍ଦ୍ଦେଶ ଦେଇଥିଲେ। କୋର୍ଟ ୧୫ ଦିନ ମଧ୍ୟରେ ଉକ୍ତ ମାମଲାର ତଦନ୍ତ ପାଇଁ ସିବିଆଇକୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଉଭୟ ମହାରାଷ୍ଟ୍ର ସରକାର ଏବଂ ଅନିଲ ଦେଶମୁଖ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଂଜ କରି ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ।






More Stories
୬୦୦ କକ୍ରୋଚ୍ ପାର୍ଟି ସମର୍ଥକ ଅଟକ….
ଅଟକ ନେତାଙ୍କୁ ଛାଡ଼ିବାକୁ ୱାଙ୍ଗଚୁକଙ୍କ ଚେତାବନୀ….
ଆମକୁ ଜ୍ଞାନେଶ ନୁହେଁ, ଗଣେଶ ଜୀ କରୁଛନ୍ତି ସାହାଯ୍ୟ…..