ରିପୋର୍ଟ କାର୍ଡ / ଭୁବନେଶ୍ୱର
ଆଜି ରାଜ୍ୟରେ ଅପରାହ୍ନରୁ ଆସନ୍ତାକାଲି ମଧ୍ୟାହ୍ନ ମଧ୍ୟରେ ରାଜ୍ୟର ୨୭ଟି ଜିଲ୍ଲାରେ ମଧ୍ୟମ ବର୍ଷା ଓ କାଳବୈଶାଖୀ ଜନିତ ବର୍ଷାର ସମ୍ଭାବନା ରହିଛି | ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ସତର୍କ ସୂଚନା ମୁତାବକ ଆଜି ବିଳମ୍ବିତ ସନ୍ଧ୍ୟା ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ରାୟଗଡା, କାନ୍ଧମାଳ ଓ କେନ୍ଦୁଝର ଜିଲ୍ଲାର ଅଳ୍ପ କିଛି ସ୍ଥାନରେ ହାଲୁକା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିସହ ମୟୂରଭଞ୍ଜ, ସୁନ୍ଦରଗଡ ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ଥାନରେ ହାଲୁକା କିମ୍ବା ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ, ଏହି ସମୟ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କୋରାପୁଟ, ଗଜପତି ଓ ରାୟଗଡା ଜିଲ୍ଲାର ଗାଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ପବନର ବେଗ ୪୦-୫୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ର ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୯ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି, ଏହି ସମୟ ମଧ୍ୟରେ ରାଜ୍ୟର କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଅନୁଗୁଳ, ବୌଦ୍ଧ, ସୁନ୍ଦରଗଡ, ମାଲକାନଗିରି, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ପବନର ବେଗ ୩୦-୪୦ କିଲୋମିଟର ରହି କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୧୨ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ଏଥିସହ ୧୦ରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଓ କାଳବୈଶାଖୀ ସମ୍ଭାବନା ରହିଥିବା ନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
More Stories
ପୋଲିସ ମିତ୍ର ହତ୍ୟା ଘଟଣାରେ ୫ ଗିରଫ…..
ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି…..
ବିଷ ପିଇ ଦେଲେ ଆନ୍ଦୋଳନରତ ଚାଷୀ…..