ରିପୋର୍ଟ କାର୍ଡ / ମୁମ୍ବଇ
ମହାରାଷ୍ଟ୍ରର ନାଗପୁର ସ୍ଥିତ ୱାଡି ଅଞ୍ଚଳରେ ଥିବା ଏକ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣଙ୍କର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ରହିଛି | ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିବା ନେଇ ଜଣାପଡିଛି। ଉକ୍ତ ଡାକ୍ତରଖାନାରରେ ଚିକିତ୍ସିତ ହେଉଥିବା ୨୭ ଜଣ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଆଇସିୟୁ ବିଭାଗରେ ଏହି ଅଗ୍ନିକାଣ୍ଡ ଘଟିଥିବା ବେଳେ ନିଆଁ ସେହି ମହଲାରେ ସୀମିତ ରହିଛି ବୋଲି ସୂଚନା ମିଳିଛି । ନିଆଁ ଲାଗିବାର ଖବର ପାଇଁ ଅଗ୍ନିଶମ କର୍ମଚାରୀ ଓ ଉଦ୍ଧାରକାରୀ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁ ଆୟତ୍ତ କରିଥିଲେ।






More Stories
ମଧ୍ୟପ୍ରଦେଶର ଆଗର ମାଲୱା ଦୁର୍ଘଟଣା;ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ…..
ଆଜିଠୁ ଏସୀୟ କ୍ରୀଡ଼ା ମହାକୁମ୍ଭ…..
ପାକିସ୍ତାନରେ ବିସ୍ଫୋରଣ;୧୫ ମୃତ…..